fbpx

ସାବଧାନ୍! ରାଜ୍ୟର ଏହି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ଆଶଙ୍କା

ଭୁବନେଶ୍ୱର,୧୦ ।୪(ଓଡିଶା ଭାସ୍କର): ରାଜ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଝଡବର୍ଷା ହୋଇପାରେ । ଆସନ୍ତାକାଲି ସୁଦ୍ଧା ୧୬ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ସେହି ୧୬ଟି ଜିଲ୍ଲା ଯଥା- କନ୍ଧମାଳ, ନୟାଗଡ, ଗଞ୍ଜାମ, ଖୋର୍ଦ୍ଧା, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ,ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ଝଡ-ବର୍ଷା ହେବାର ଆଶଙ୍କା ରହିଛି ।

ସେହିପରି ୧୧ ତାରିଖଠାରୁ ୧୨ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୩ ଜିଲ୍ଲାରେ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି । ସେହି ୧୩ଟି ଜିଲ୍ଲାରେ- କନ୍ଧମାଳ,ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ଗଞ୍ଜାମ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଢେଙ୍କାନାଳ, କଟକ, କେନ୍ଦୁଝର, ମୟୁରଭଞ୍ଜ ସାମିଲ ରହିଛି ।

ଏହା ସହ ୧୩ ତାରିଖ ସକାଳ ୮ଟା ୩୦ ସୁଦ୍ଧା ୯ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ବୌଦ୍ଧ, ଗଞ୍ଜାମ, ଗଜପତି,କୋରାପୁଟ, ରାୟଗଡା, ନୟାଗଡ, କଟକ, କେଉଁଝର, ମୟୁରଭଞ୍ଜରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.