ଭୁବନେଶ୍ୱର,୧୧ ।୪(ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତାର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏପରିକି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି । ଆଜି ରାଜଧାନୀରୁ ପୁଣି ୧୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୫୪ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟୁଇଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)।
ତେବେ ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୫୧୨ ରେ ପହଞ୍ଚିଥିବା ବେଳେ ୩୨,୨୬୪ ଜଣ ସୁସ୍ଥ ହୋଇଛନ୍ତି। ୯୭୭ ଜଣ ଚିକିତ୍ସିତ ହେଉଛନ୍ତି। ୨୫୦ ଜଣଙ୍କ ମୃତ୍ୟୁ ଘଟିଛି । ଖଣ୍ଡଗିରିରୁ ୧୫, ପୋଖରୀପୁଟରୁ ୧୦ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି IRC ଭିଲେଜ, ନିଳାଦ୍ରୀବିହାର, ଓଲ୍ଡ ଟାଉନରୁ ୬ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି ।
Update on newly detected #COVID19 cases in the last
24 hrs under the BMC area on 11th Apr (till 9am). pic.twitter.com/iz4aFHjKut— BMC (@bmcbbsr) April 11, 2021