ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୯.୪୮ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୧୨ା୪ (ଓଡିଶା ଭାସ୍କର): ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୯ ଲକ୍ଷ ୪୮ ହଜାର ୯୦୮ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ କୋଟି ୬୬ ଲକ୍ଷ ୧୯ ହଜାର ୪୧୨କୁ ବୃଦ୍ଧି ପାଇଛି । ମୋଟ ୧୦ କୋଟି ୯୮ ଲକ୍ଷ ୪୮ ହଜାର ୩୫ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୩୮ ଲକ୍ଷ ୨୦ ହଜାର ୪୫୩ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୧ ଲକ୍ଷ ୩ ହଜାର ୩୬୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୧ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୭୫ ହଜାର ୮୨୯ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।