ଭୁବନେଶ୍ୱର, ୧୪ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୨୨୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୧୪ ଓ ସ୍ଥାନୀୟ ଅଞ୍ଚଳରୁ ୯୫୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୩୩କୁ ବୃଦ୍ଧି ପାଇଛି । ମୃତକମାନେ ଯାଜପୁର, ବଲାଙ୍ଗିର ଓ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 13th April
New Positive Cases: 2267
In quarantine: 1314
Local contacts: 953(Details of local contacts will be shared by concerned District Administration)
District Wise Cases:
1. Angul: 48
2. Balasore: 67
3. Bargarh: 120
4. Bhadrak: 28
5. Balangir: 93— I & PR Department, Odisha (@IPR_Odisha) April 14, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୫ ହଜାର ୩୫୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୨୩ ରହିଥିବା ବେଳେ ୧୨ ହଜାର ୨୪୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Nawarangpur: 104
23. Nayagarh: 19
24. Nuapada: 104
25. Puri: 70
26. Rayagada: 27
27. Sambalpur: 120
28. Sonepur: 16
29. Sundargarh: 458
30. State Pool: 81New recoveries: 523
Cumulative tested: 9461720
Positive: 355353
Recovered: 341123
Active cases: 12244— I & PR Department, Odisha (@IPR_Odisha) April 14, 2021