fbpx

ଭୁବନେଶ୍ୱରରୁ ଆଜି ପୁଣି ୪୫୧ ପଜିଟିଭ ଚିହ୍ନଟ, ୧୧୭ ସୁସ୍ଥ

ଭୁବନେଶ୍ୱର,୧୭।୪(ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତାର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ରାଜଧାନୀ ଭୁବନେଶ୍ୱରରୁ ପୁଣି ୪୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୧୭ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ବିଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)।

ତେବେ ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୩୪୧ ରେ ପହଞ୍ଚିଥିବା ବେଳେ ୩୨ ହଜାର ୭୫୫ ଜଣ ସୁସ୍ଥ ହୋଇଛନ୍ତି। ୨,୩୧୫ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି। ୨୫୦ ଜଣଙ୍କ ମୃତ୍ୟୁ ଘଟିଛି । ବରମୁଣ୍ଡା, ବରଗଡ଼, ନୟାପଲ୍ଲୀ, ମଞ୍ଚେଶ୍ବର, ଖଣ୍ଡଗିରି, ପୋଖରିପୁଟ, ପାତ୍ରପଡ଼ା, ପଟିଆ, ଲକ୍ଷ୍ମୀସାଗର, ସାମନ୍ତରାପୁର, ସୁନ୍ଦରପଦା, ଶୈଳଶ୍ରୀବିହାର ଆଦିରେ ଅଧିକ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଏମସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Get real time updates directly on you device, subscribe now.