fbpx

ଦେଶରେ ଆଜି ୧୫୦୧ ଜଣଙ୍କ ମୃତ୍ୟୁ, ୨.୬୧ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୮ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୫୦୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୦୦କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୬୧ ହଜାର ୫୦୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୭ ଲକ୍ଷ ୮୮ହଜାର ୧୦୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ୧ ହଜାର ୩୧୬ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨୮ ଲକ୍ଷ ୯ ହଜାର ୬୪୩ରେ ପହଞ୍ଚିଛି । ୧୨ କୋଟି ୨୬ ଲକ୍ଷ ୨୨ ହଜାର ୫୯୦ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.