fbpx

ଦେଶରେ ଆଜି ୧୬୧୯ ଜଣଙ୍କ ମୃତ୍ୟୁ, ୨.୭୩ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୯ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୬୧୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୮ ହଜାର ୭୬୯କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୭୩ ହଜାର ୮୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ଲକ୍ଷ ୨୯ ହଜାର ୩୨୯ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨୯ ଲକ୍ଷ ୫୩ ହଜାର ୮୨୧ରେ ପହଞ୍ଚିଛି । ୧୨ କୋଟି ୩୮ ଲକ୍ଷ ୫୨ ହଜାର ୫୬୬ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.