fbpx

ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା କରୋନା ! ୨୪ ଘଣ୍ଟାରେ ୬୧୬୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର, ୨୨ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୬୧୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୫୭୫ ଓ ସ୍ଥାନୀୟ ଅଞ୍ଚଳରୁ ୨୫୮୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୮ ହଜାର ୪୭୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୮୬ ରହିଥିବା ବେଳେ ୩୫ ହଜାର ୦୭୫ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ନୂଆପଡ଼ା ୪୫୯, କଳାହାଣ୍ଡି ୪୫୨, ସୁନ୍ଦରଗଡ଼ ୪୨୭, କଟକ ୩୬୦, ଝାରସୁଗୁଡ଼ା ୩୫୫, ପୁରୀ ୨୮୬, ବରଗଡ଼ ୨୩୬, ସମ୍ବଲପୁର ୨୨୯, ବଲାଙ୍ଗିର ୨୨୬, ନବରଙ୍ଗପୁର ୨୦୭, କେନ୍ଦୁଝର ୨୦୭, ଯାଜପୁର ୧୫୪, ଅନୁଗୁଳ ୧୩୬, ମୟୂରଭଞ୍ଜ ୧୩୬ ,ଗଞ୍ଜାମରୁ ୧୩୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

 

Get real time updates directly on you device, subscribe now.