fbpx

ରାଜ୍ୟରେ ଆଜି ୭ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୨ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ବି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି ।

ତେବେ ଆଜି ରାଜ୍ୟରେ ପୁଣି ୬୧୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୫୭୫ ଓ ସ୍ଥାନୀୟ ଅଞ୍ଚଳରୁ ୨୫୮୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୮ ହଜାର ୪୭୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୮୬ ରହିଥିବା ବେଳେ ୩୫ ହଜାର ୦୭୫ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.