fbpx

ପୁଣି କରୋନା ନେଲା ୮ ଜୀବନ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ଟପିଲା, ଆଜି ଚିହ୍ନଟ ହେଲେ ୬୬୪୭ ପଜିଟିଭ୍

ଭୁବନେଶ୍ୱର, ୨୪ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୬୬୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୮୫୫ ଓ ସ୍ଥାନୀୟ ଅଞ୍ଚଳରୁ ୨୭୯୨ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଆଠଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୨ ଜଣ, ନୂଆପଡ଼ା, କଟକ, ବଲାଙ୍ଗିର, ଭଦ୍ରକ, ବରଗଡ଼ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ରହିଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧ ହଜାର ୩୪୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୫୬ ହଜାର ୩ ରହିଥିବା ବେଳେ ୪୩ ହଜାର ୩୦୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୮୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.