fbpx

ଭୁବନେଶ୍ୱରରେ ପୁଣି ୧୦୯୩ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ମହାନଗରରେ ଆଜି ଦିନକରେ ସଂକ୍ରମଣ ସଂଖ୍ୟା ପୁଣି ହଜାରେ ଟପିଛି । ରାଜଧାନୀ ଭୁବନେଶ୍ୱରରେ ୧୦୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୭୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୫୦୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୪୫ ହଜାର ୫୦୮କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୩୭ ହଜାର ୦୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୮,୧୬୮ ଜଣ ଚିକିତ୍ସିତ ହେଉଥିବା ବେଳେ ୨୬୫ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.