fbpx

ଭୁବନେଶ୍ୱରରେ କମୁନି ସଂକ୍ରମଣ ! ଆଜି ୮୨୩ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୮୨୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୭୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୭୦୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୪୭ ହଜାର ୧୪୦କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୩୮ ହଜାର ୩୬୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୮,୪୯୦ ଜଣ ଚିକିତ୍ସିତ ହେଉଥିବା ବେଳେ ୨୬୮ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.