ଭୁବନେଶ୍ୱର,୫ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସହ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ ଜୀବନ ନେଲା କରୋନା ମହାମାରୀ । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୧୦୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଳାହାଣ୍ଡି ଓ ଗଜପତିରୁ ୩ ଜଣ ଲେଖାଏଁ, ରାୟଗଡ ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ସମ୍ବଲପୁର ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟର ୨୩ଟି ଜିଲ୍ଲାରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ହଜାରେ ଉପରେ ରହିଛି ।
ତେବେ ଆଜି ପୁଣି ରାଜ୍ୟରେ ୯ ହଜାର ୮୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୭ ହଜାର ୯୬୮କୁ ବୃଦ୍ଧି ପାଇଛି । ସେହିପରି ସୁନ୍ଦରଗଡରୁ ୧୧୩୭, କଟକରୁ ୭୯୦, ବରଗଡରୁ ୪୮୩, ସମ୍ବଲପୁରରୁ ୪୭୦, ଅନୁଗୁଳରୁ ୪୪୩, କଳାହାଣ୍ଡିରୁ ୪୧୪, ପୁରୀରୁ ୪୩୬, ଝାରସୁଗୁଡାରୁ ୩୮୬, ନୂଆପଡାରୁ ୩୩୫, ବଲାଙ୍ଗିରରୁ ୩୨୬, ଯାଜପୁରରୁ ୨୮୨, ଷ୍ଟେଟପୁଲରୁ ୨୪୯, ମୟୂରଭଞ୍ଜରୁ ୨୪୩, ନୟାଗଡରୁ ୨୨୩, କେନ୍ଦୁଝରରୁ ୧୯୫, ସୁବର୍ଣ୍ଣପୁରରୁ ୧୫୮, ଜଗତସିଂହପୁରରୁ ୧୫୬, ବାଲେଶ୍ୱରରୁ ୧୫୧, କେନ୍ଦ୍ରାପଡାରୁ ୧୩୩, ବୌଦ୍ଧ ଓ ରାୟଗଡାରୁ ୧୨୯ ଲେଖାଏଁ, ଗଜପତିରୁ ୧୧୭, କୋରାପୁଟରୁ ୯୪, ମାଲକାନଗିରିରୁ ୮୬, ଦେବଗଡରୁ ୭୫, କନ୍ଧମାଳ ଓ ଭଦ୍ରକରୁ ୫୨ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।