fbpx

ତୃତୀୟ ଥର ପାଇଁ ଦିଦିଙ୍କ ହାତରେ ପଶ୍ଚିମବଙ୍ଗର ଶାସନ ଡୋରି

କୋଲକାତା, ୫ା୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଆଜି ମମତା ବାନାର୍ଜୀ ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ଆଜିର ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ନିମନ୍ତେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି, ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ, ରାଜ୍ୟ ବିଜେପି ସଭାପତି ଦିଲ୍ଲୀପ ଘୋଷଙ୍କୁ ଶପଥପାଠ ଉତ୍ସବରେ ଯୋଗଦେବା ପାଇଁ ନିମନ୍ତ୍ରଣ କରାଯାଇଥିଲା । ଅନ୍ୟ ମନ୍ତ୍ରୀମାନଙ୍କର ଶପଥ ଗ୍ରହଣ ଆସନ୍ତା ୬ ଓ ୭ ତାରିଖ ଦିନ ଅନୁଷ୍ଠିତ ହେବ । କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କମ ସଂଖ୍ୟକ ଅତିଥିଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସୂଚନାଯୋଗ୍ୟ ଯେ, ଦେଶରେ ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ନିର୍ବାଚନ ହୋଇଥିଲା । ପଶ୍ଚିମବଙ୍ଗରେ ଟିଏମସି, କେରଳରେ ଏଲଡିଏଫ ଓ ଆସାମରେ ବିଜେପି ପୁଣି ଥରେ ସରକାର ଗଠନ କରିବାକୁ ସକ୍ଷମ ହୋଇଥିଲା । ପୂର୍ବରୁ ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ବିଧାୟକମାନେ ମମତାଙ୍କୁ ସର୍ବସମ୍ମତିକ୍ରମେ ବିଧାୟକ ଦଳ ନେତା ଭାବେ ନିର୍ବାଚିତ କରିଥିଲେ ।

Get real time updates directly on you device, subscribe now.