fbpx

୨୩ ଜିଲ୍ଲା ସାବଧାନ୍‌! କାଳବୈଶାଖୀ ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର,୫ ।୫(ଓଡିଶା ଭାସ୍କର): ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୨୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୩୦ରୁ ୪୦ କିଲୋମିଟର ବେଗରେ ବେଗରେ ପବନ ବହିବା ସହିତ ଅଧିକାଂଶ ଉପକୂଳ ଏବଂ ଦକ୍ଷିଣ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଉତ୍ତର ଏବଂ ପଶ୍ଚିମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି।

ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି,ବୌଦ୍ଧ ଓ ରାୟଗଡ଼ାରେ କାଳବୈଶାଖୀ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ, ତେଣୁ ଏହି ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରା ଯଥେଷ୍ଟ ହ୍ରାସ ପାଇବ।

Get real time updates directly on you device, subscribe now.