fbpx

ଦେଶରେ ବଢ଼ିଲା ମୃତ୍ୟୁସଂଖ୍ୟା, କମିଲା ସଂକ୍ରମଣ

ନୂଆଦିଲ୍ଲୀ, ୧୮ା୫ : ଦେଶରେ କରୋନା ଥମିବାର ନାଁ ଧରୁନାହିଁ । ବିଭିନ୍ନ କଟକଣା, ଟିକାକରଣ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ଉପରେ କୌଣସି ପ୍ରଭାବ ପକାଇ ପାରିନାହିଁ । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୩୨୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୭୮ ହଜାର ୭୧୯କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୬୩ ହଜାର ୫୩୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୫୨ ଲକ୍ଷ ୨୮ ହଜାର ୯୯୬କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଲକ୍ଷ ୫୩ ହଜାର ୭୬୫ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୧୫ ଲକ୍ଷ ୯୬ ହଜାର ୫୧୨ରେ ପହଞ୍ଚିଛି । ୧୮ କୋଟି ୪୪ ଲକ୍ଷ ୫୩ ହଜାର ୧୪୯ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.