fbpx

ଦେଶରେ ଆଜି ୪୧୯୪ ମୃତ, ୨.୫୭ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ କରୋନା ଥମିବାର ନାଁ ଧରୁନାହିଁ । ବିଭିନ୍ନ କଟକଣା, ଟିକାକରଣ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ଉପରେ କୌଣସି ପ୍ରଭାବ ପକାଇ ପାରିନାହିଁ । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୯୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୫ ହଜାର ୫୨୫କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୫୭ ହଜାର ୨୯୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୨ ଲକ୍ଷ ୮୯ ହଜାର ୨୯୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ଲକ୍ଷ ୨୨ ହଜାର ୪୦୦ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୩୦ ଲକ୍ଷ ୭୦ ହଜାର ୩୬୫ରେ ପହଞ୍ଚିଛି । ୧୯ କୋଟି ୩୩ ଲକ୍ଷ ୭୨ ହଜାର୮୧୯ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.