fbpx

ରାଜ୍ୟରେ ଦୁଇ ଦିନ ଧରି ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୫ା୨(ଓଡ଼ିଶା ଭାସ୍କର): ରାଜ୍ୟରେ ସକାଳୁ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ମଧ୍ୟ ହେଉଛି । ଉପକୂଳ ଓଡ଼ିଶା ସହ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଦୁଇ ଦିନ ଧରି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।

Get real time updates directly on you device, subscribe now.