fbpx

ଦେଶରେ କମିଲା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନା ସାମାନ୍ୟ ହ୍ରାସ ପାଇବା ଦେଖାଯାଇଛି । ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ କମିଥିବା ଜଣାପଡ଼ିଛି ତେବେ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୭୪୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୯ ହଜାର ୨୬୬କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୪୦ ହଜାର ୮୪୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୫ ଲକ୍ଷ ୩୦ ହଜାର ୧୩୨କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଲକ୍ଷ ୫ ହଜାର ୩୯୯ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୩୪ ଲକ୍ଷ ୨୫ ହଜାର ୪୭୬ରେ ପହଞ୍ଚିଛି । ୧୯ କୋଟି ୫୦ ଲକ୍ଷ ୪ ହଜାର ୧୮୪ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.