fbpx

ଭୁବନେଶ୍ୱରରୁ ୯୦୫ ନୂଆ ପଜିଟିଭ ଚିହ୍ନଟ, ୧୦୨୧ ସୁସ୍ଥ

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ଆଜି ୯୦୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୬୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୨୧ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୬୯ ହଜାର ୯୦୨ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୫୬ ହଜାର ୮୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୨,୮୩୨ ଜଣ ଚିକିତ୍ସିତ ହେଉଥିବା ବେଳେ ୩୧୮ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.