fbpx

ମାତିଛି କିଲର ଭାଇରସ୍: ରାଜ୍ୟର ମୋଟ କରୋନା ମୃତ୍ୟୁସଂଖ୍ୟା ୨୭୫୪କୁ ବୃଦ୍ଧି, ଜାଣନ୍ତୁ ଆଜି କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି । ଅନୁଗୁଳା ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି । ସେହିପରି କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ଦେବଗଡ଼, ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ, ନୟାଗଡ଼ ଓ ନୂଆପଡ଼ାରୁ ଜଲେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୬୪ ହଜାର ୯୯୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୬ ଲକ୍ଷ ୭୦ ହଜାର ୫୨୭ ରହିଥିବା ବେଳେ ୯୧ ହଜାର ୬୬୩ ଜଣ ଚିକିତ୍ସିତ ହେଉଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.