fbpx

କାଲି ସକାଳ ସୁଦ୍ଧା ୨୦ ଜିଲ୍ଲା ସାବଧାନ୍! ଝଡବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କାଲି ସକାଳ ସୁଦ୍ଧା ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି । ସେହି ୫ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଓ ମୟୂରଭଞ୍ଜ ।

ଏହା ସହ ଅନ୍ୟ ୧୭ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ବୌଦ୍ଧ, ଢେଙ୍କାନାଳ ଓ କେନ୍ଦୁଝରରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ତେବେ ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଓଡିଶାକୁ ମୌସୁମୀ ପ୍ରବେଶ କରିବାରେ ସହାୟକ ହୋଇପାରେ ଲଘୁଚାପ । ଜୁନ ୧୦ରୁ ୧୪ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.