fbpx

ଓଡ଼ିଶାରେ ମୃତ୍ୟୁସଂଖ୍ୟାରେ ଲାଗୁନାହିଁ ରୋକ୍: ଆଜି କରୋନାରେ ୪୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ, କଟକ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବରଗଡ଼, ବଲାଙ୍ଗିର, ବୌଦ୍ଧରୁ ୩ ଜଣ ଲେଖାଏଁ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର, କୋରାପୁଟରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.