fbpx

ଶନିବାର ପାଇଁ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲଘୁଚାପଜନିତ ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଳାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତାକାଲି ଅତି ପ୍ରବଳ ବର୍ଷା ହେବା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଉକ୍ତ ଜିଲ୍ଳା ଗୁଡିକ ହେଲା; ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ ଓ ଅନୁଗୁଳ । ତେବେ ଆଜି ପାଇଁ ୧୧ ଜିଲ୍ଳାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରପଡା, କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି ।

Get real time updates directly on you device, subscribe now.