fbpx

ଆଜି ରାଜ୍ୟରେ ୪୫ ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ସଂକ୍ରମଣ କ୍ରମଶଃ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟାରେ ରୋକ୍ ଲଗାଯାଇ ପାରୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଓ କଟକରୁ ୪ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ସୁନ୍ଦରଗଡ଼, ପୁରୀରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.