fbpx

ଦେଶରେ ଆଜି ୩୩୦୩ ଜଣଙ୍କ ମୃତ୍ୟୁ, ୮୦ ହଜାର ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୩୦୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୦ ହଜାର ୩୮୪କୁ ବୃଦ୍ଧି ପାଇଛି । ଦିନକରେ ୮୦ ହଜାର ୮୩୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୪ ଲକ୍ଷ ୩୯ ହଜାର ୯୮୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୧୫୯ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୦ ଲକ୍ଷ ୪୩ ହଜାର ୪୪୬ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୫ କୋଟି ୩୧ ଲକ୍ଷ ୯୫ ହଜାର ୪୮ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.