fbpx

ଭୁବନେଶ୍ୱରରୁ ଆଜି ୩୨୯ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭୁବନେଶ୍ୱରରୁ ଆଜି ୩୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୩୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୩୮ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୮୪ ହଜାର ୪୪୭ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୭୯ ହଜାର ୯୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୫,୦୬୩ ଜଣ ଚିକିତ୍ସିତ ହେଉଥିବା ବେଳେ ୩୮୧ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.