ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୩୭ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୩୭ ହଜାର ୬୦୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୭୩ ଲକ୍ଷ ୯୪ ହଜାରକୁ ବୃଦ୍ଧି ପାଇଛି । ମୋଟ ୧୬ କୋଟି ୧୮ ଲକ୍ଷ ୨୪ ହଜାର ୩୫୫ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୭ ଲକ୍ଷ ୩୨ ହଜାର ୧୩୮ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୩ ହଜାର ୬୯୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୫ ହଜାର ୭୦୬ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।