fbpx

ରଘୁରାଜପୁରରେ ଅନୁଷ୍ଠିତ କଳାଶିବିର ସପ୍ତରଙ୍ଗ ଉଦଯାପିତ, ମୁଖ୍ୟମନ୍ତ୍ରୀ କହିଲେ-‘ଆମ କଳା ଆମ ଗୌରବ’

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୁରୀ ରଘୁରାଜପୁରରେ ଅନୁଷ୍ଠିତ କଳାଶିବିର ସପ୍ତରଙ୍ଗ ଆଜି ଉଦଯାପିତ ହୋଇଯାଇଛି । ଏଥିରେ ଭାଗ ନେଇଥିବା ପରିବାରକୁ ୧୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ଭିଡିଓ କନଫରେନ୍ସିଂ ଜରିଆରେ ଅର୍ଥ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ରଘୁରାଜପୁର ଓଡିଶାର ଗର୍ବ ଓ ଗୌରବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରେ ଓଡିଶାର କଳା ହିଁ ତାର ଅନ୍ୟତମ ପରିଚୟ । ଆମ କଳା ଆମ ଗୌରବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ରଘୁରାଜପୁର ଗାଁର ଶିଳ୍ପୀଙ୍କ ତୂଳୀରେ ରୂପ ନେଉଥିବା ପଟ୍ଟଚିତ୍ର ଆଜି ଓଡିଶା ପାଇଁ ଅନେକ ସୁନାମ ଓ ପ୍ରତିଷ୍ଠା ଆଣିଛି । ମହାନ୍ ଓଡିଶୀ ନୃତ୍ୟଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କର ଜନ୍ମଭୂମି ମଧ୍ୟ ରଘୁରାଜପୁର । ଏହାର ସୁରକ୍ଷା ଓ ବିକାଶ ପାଇଁ ସରକାର ସବୁବେଳେ କାମ କରୁଛନ୍ତି ଓ କାମ କରିଚାଲିବେ ।’

Zoom ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଓ ବିଭାଗୀୟ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ଓଡିଶା ଲଳିତକଳା ଏକାଡେମୀର ସଭାପତି ଡଃ ସୁଦର୍ଶନ ପଟ୍ଟନାୟକ, ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ରଂଜନ ଦାସ, ପୁରୀ ଜିଲ୍ଲାପାଳ ଏବଂ ରଘୁରାଜପୁର ଗ୍ରାମ୍ୟ କମିଟିର ସଭାପତି ଶ୍ରୀ ଲିଙ୍ଗରାଜ ସୁବୁଦ୍ଧି ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Get real time updates directly on you device, subscribe now.