fbpx

ପୁଣି ରାଜ୍ୟକୁ ଆସୁଛି ପ୍ରବଳ ବର୍ଷା, ଜାଣନ୍ତୁ କେବେଠାରୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ଅନୁଭୂତ ହୋଇଛି । ତେବେ ଆସନ୍ତା ଦୁଇଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ୨୧ ତାରିଖରୁ ପୁଣି ବର୍ଷାର ଝଲକ ଦେଖିବାକୁ ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ପଶ୍ଚିମବଙ୍ଗ ଉପରେ ରହିଥିବା ଘୂର୍ଣ୍ଣିବଳୟ ଆଜି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ବାଂଲାଦେଶ ଓ ଏହାର ସଂଲଗ୍ନ ଅଞ୍ଚଳରେ ଉପରେ ରହିଛି । ତେଣୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଓ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଗ ଶୁଖିଲା ରହିବା ସହ ୨୧ ଆଡ଼କୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବା ସହ ସୋନପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବୌଦ୍ଧ ଓ ଅନୁଗୁଳରେ ବିଜୁଳି, ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେବ ବୋଲି କୁହାଯାଇଛି ।

Get real time updates directly on you device, subscribe now.