fbpx

ଦେଶରେ କମୁଛି କରୋନାର ପ୍ରଭାବ: ଆଜି ୧୬୪୭ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୬୪୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୫ ହଜାର ୧୩୭କୁ ବୃଦ୍ଧି ପାଇଛି । ଦିନକରେ ୬୦ ହଜାର ୭୫୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୮ଲକ୍ଷ ୨୩ ହଜାର ୫୪୬କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୬୦ ହଜାର ୩୭୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୬ ଲକ୍ଷ ୭୮ ହଜାର ୩୯୦ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୭ କୋଟି ୨୩ ଲକ୍ଷ ୮୮ ହଜାର ୭୮୩ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.