fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡା ଜିଲ୍ଲାରେ ବଜ୍ରପାତ ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିାଗ କେନ୍ଦ୍ର ।

ସେହିପରି ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ମଧ୍ୟରେ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ନୂଆପଡା, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.