fbpx

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୨(ଓଡ଼ିଶା ଭାସ୍କର): ବସରେ କରେଣ୍ଟ ଲାଗି ନିଆଁ ଲାଗି ୧୧ଜଣଙ୍କର ମୃତ୍ୟୁ ହୋଇଥିବା ଘଟଣାରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ମଧ୍ୟ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ଦିଆଯିବା ନେଇ ସେ ଘୋଷଣା କରିଛନ୍ତି । ସେହି ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ମାଗଣା ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ ବ୍ରହ୍ମପୁର ସ୍ଥିତ ଗୋଳନ୍ଥରାର ମେଣ୍ଡରାଜପୁର ଗ୍ରାମରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା । ସେଠାରେ ଏକ ବସରେ ଭୟାବହ ଅଗ୍ନିକାଣ୍ଡ ଘଟିିଥିଲା । ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସିଲକ ସିଟି ବସ୍ ଜଳିଯାଇଥଲା । ସେଥିରେ ବାହାଘର ନିର୍ବନ୍ଧ ପାଇଁ ୪୩ ଜଣ ଯାଉଥିଲେ । ସେମାନଙ୍କ ମଧ୍ୟରୁ  ୯ଜଣଙ୍କର ମୃତ୍ୟୁ ହୋଇଥିଲା  । ଅନ୍ୟ ୨୫ ଜଣ ଗୁରୁତରମାନଙ୍କୁ ବ୍ରହ୍ମପୁର ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆମ୍ବୁଲାନ୍ସ ଓ ନିଜ ଗାଡ଼ିରେ ଆହତଙ୍କୁ ମେଡ଼ିକାଲ ପଠାଇଛନ୍ତି ଜିଲ୍ଲାପାଳ । ଘଟଣାସ୍ଥଳରେ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ବ୍ରହ୍ମପୁର ଏସପି ଉପସ୍ଥିତ ରହିଥିଲେ । ଡଙ୍କଲପାଟୁରୁ ଚିକରଡ଼ାକୁ ଯାଉଥିବା ବେଳେ ଏହିପରି ଦୁର୍ଘଟଣା ଘଟିଥିଲା ।

ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହି ଘଟଣାର ତଦନ୍ତ ଦାବି ମଧ୍ୟ କରିଛନ୍ତି ଧର୍ମେନ୍ଦ୍ର । ସେହିପରି ମୃତକଙ୍କ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ । ଏହି ଘଟଣାର ତଦନ୍ତ ସହ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦାବି କରିଛନ୍ତି ପ୍ରତାପ ।

Get real time updates directly on you device, subscribe now.