fbpx

ଟ୍ରଫ୍‌-ଲାଇନ୍‌ର ପ୍ରଭାବରେ ଲଗାଣ ବର୍ଷା ଆଶଙ୍କା, ୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ଛେଚିବ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଟ୍ରଫ୍‌-ଲାଇନ୍‌ର ପ୍ରଭାବ ଏବଂ ଦକ୍ଷିଣ ବଙ୍ଗଳାଦେଶ ତଥା ତାର ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଂଚଳରେ ସମୁଦ୍ରତ ଥାନ ଠାରୁ ୨.୧ ରୁ ୭.୬ କିମି ଯାଏଁ ବ୍ୟାପିଥିବା ଘୁର୍ଣ୍ଣି ବଳୟ ପ୍ରଭାବରେ ଆଜି ଉପକୂଳ ଓଡ଼ିଶାର ଜିଲ୍ଲାଗୁଡିକରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି । ବିଶେଷ କରି ଉତ୍ତର ଓଡିଶା ଜିଲ୍ଲା ଏବଂ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି ।ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ୨୭ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି ।

Get real time updates directly on you device, subscribe now.