fbpx

ଆସନ୍ତା ୩ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା, ଆଜି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି କାଲି ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ ଟି ଜିଲ୍ଲାରେ ବଜ୍ରପାତ ସହ ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ସମ୍ପୃକ୍ତ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର , କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ ,ଗଂଜାମ , ଗଜପତି,କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼ ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

ସେହିପରି ଜୁଲାଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ମଧ୍ୟରେ କୋରାପୁଟ,ମାଲକାନଗିରି ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, ଢେଙ୍କାନାଳ , ଅନୁଗୁଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର , କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ ,ଗଂଜାମ , ଗଜପତି,କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ ଓମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରାତ ସହ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ପାଣିାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଏହା ବ୍ୟତୀତ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର , କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ ,ଗଞ୍ଜାମ, ଗଜପତି, କେନ୍ଦୁଝର,ମୟୂରଭଞ୍ଜ,ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରାତ ସହ ବର୍ଷା ସମ୍ଭାବନା ରହିଛି ।

Get real time updates directly on you device, subscribe now.