fbpx

ଆଜି-କାଲି କାଳବୈଶାଖୀ ସହ ପ୍ରବଳ ବର୍ଷା ସମ୍ଭାବନା, ୧୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟ‌ରେ ଦୁଇ ଦିନ କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର  ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.