ଦେଶରେ କମୁଛି କରୋନା ସଂକ୍ରମଣ, ଆଜି ୯୫୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୫୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର ୫କୁ ବୃଦ୍ଧି ପାଇଛି । ଦିନକରେ ୪୩ ହଜାର ୭୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୫ ଲକ୍ଷ ୪୫ ହଜାର ୪୩୩କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୫ ହଜାର ୩୫୦ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୬ ଲକ୍ଷ ୫୮ ହଜାର ୭୮ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୫ କୋଟି ୧୨ ଲକ୍ଷ ୨୧ ହଜାର ୩୦୬ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।