fbpx

୧୧ରେ ଲଘୁଚାପ ! ଆଗାମୀ ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲା ସାବଧାନ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଜୁଲାଇ ୧୧ରେ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ରାଜ୍ୟର ୨୦ ଜିଲ୍ଲାକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ସେହି ୨୦ ଜିଲ୍ଲା ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

Get real time updates directly on you device, subscribe now.