fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୪୦.୧୭ ଲକ୍ଷକୁ ବୃଦ୍ଧି

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୪୦ ଲକ୍ଷ ୧୭ ହଜାର ୧୬୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୫୮ ଲକ୍ଷ ୧୭ ହଜାର ୮୭୩କୁ ବୃଦ୍ଧି ପାଇଛି । ମୋଟ ୧୭ କୋଟି ୭୪ ହଜାର ୫୫୫ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୭ ଲକ୍ଷ ୨୬ ହଜାର ୧୫୭ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୭୭ ହଜାର ୭୧୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୨୧ ହଜାର ୮୫୫ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା । ବିଶ୍ବରେ କୋଭିଡ ସଂକ୍ରମଣରେ ଦ୍ବିତୀୟ ସ୍ଥାନରେ ଭାରତ ଥିବାବେଳେ ବ୍ରାଜିଲ ତୃତୀୟ ସ୍ଥାନରେ ରହିଛି ।

Get real time updates directly on you device, subscribe now.