fbpx

୧୧ରେ ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା , ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର-ପଶ୍ଚିମ ଏବଂ ଉତ୍ତର-ଆନ୍ଧ୍ର- ଦକ୍ଷିଣ ଓଡିଶା ଉପକୂଳ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୯ ତାରିଖରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ନୂଆପଡ଼ା, ବରଗଡ଼,ସୁବର୍ଣ୍ଣୁର ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାରେ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

Get real time updates directly on you device, subscribe now.