ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଗତ ଚାରିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିଛି । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୨୨୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୭୨ ଓ ସ୍ଥାନୀୟ ଅଞ୍ଚଳରୁ ୯୪୩ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୨୭ ହଜାର ୯୨୬ ରହିଥିବା ବେଳେ ୨୧ ହଜାର ୨୮୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 17th July
New Positives Cases: 2215
In Quarantine: 1272
Local Contacts: 943(Details of local contacts will be shared by concerned Dist Administration)
District Wise Cases:
1. Angul: 89
2. Balasore: 150
3. Bargarh: 14
4. Bhadrak: 78
5. Balangir: 18— I & PR Department, Odisha (@IPR_Odisha) July 18, 2021
22. Mayurbhanj: 99
23. Nawarangpur: 4
24. Nayagarh: 69
25. Nuapada: 5
26. Puri: 84
27. Rayagada: 29
28. Sambalpur: 41
29. Sonepur: 10
30. Sundargarh: 43
31. State Pool: 100New recoveries: 2400
Cumulative tested: 15066050
Positive: 954326
Recovered: 927926
Active cases: 21289— I & PR Department, Odisha (@IPR_Odisha) July 18, 2021