fbpx

ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଉଛି ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେବଗଡ଼ । ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୁବର୍ଣ୍ଣୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଏହିସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଭଦ୍ରକ, ଯାଜପୁର, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି ।

Get real time updates directly on you device, subscribe now.