fbpx

ରାଶିଫଳ(ସୋମବାର,୨୬ ଜୁଲାଇ,୨୦୨୧)

ମେଷଯେକୌଣସି କାରଣ ହେଉନା କାହିଁକି ଆପଣଙ୍କର ଦୁଶ୍ଚିନ୍ତା ରହିବ । ଧୈର୍ଯ଼୍ୟଧରି ସମୟ ବିତାନ୍ତୁ । ସେ ସମ୍ବନ୍ଧରେ ଅଧିକ ଚିନ୍ତା କରନ୍ତୁ ନାହିଁ । ସମସ୍ୟା ଆସିବ ଓ ଉନ୍ନତି ପାଇଁ ସମସ୍ୟାରୁ ନିଶ୍ଚିତ କିଛି ଶିଖିବେ ।
ବୃଷଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।
ମିଥୁନଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ନଚ଼େତ୍ ତାହା ହଜିଯିବା କିମ୍ରବା ଚୋରି ହେବାର ସମ୍ଭାବନା ରହିଛି, ତା ସହିତ ଗାଡି ଚଲାଇବା ବେଳେ, ଉଚ୍ଚା ସ୍ଥାନରେ ଚଢି କାମ କରିବା ବେଳେ ସତର୍କତା ଅବଲମ୍ବନ କରନ୍ତୁ ନଚେତ ଦୁର୍ଘଟଣାର ସମ୍ଭାବନାକୁ ଏଡେଇ ଦିଆଯାଇ ନପାରେ ।
କର୍କଟଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି ।
ସିଂହଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ଯ୍ୟରେ ନିଜକୁ ନିୟୋଜିତ ରଖନ୍ତୁ ।
କନ୍ଯାଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।
ତୁଳାଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ ।
ବିଛାଆପଣଙ୍କ ସୁଖ ସମ୍ବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।
ଧନୁଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ ।
ମକରଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।
କୁମ୍ଭସାମାନ୍ୟ ବିବ୍ରତ ରହିବେ । ଦାୟିତ୍ବର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବନ୍ଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
ମୀନବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ, ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ, ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।

Get real time updates directly on you device, subscribe now.