ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ସାତଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୬୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୩୭ ଓ ସ୍ଥାନୀୟ ଅଞ୍ଚଳରୁ ୬୭୮ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୪ ହଜାର ୧୩୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୫୧ ହଜାର ୦୪୯ ରହିଥିବା ବେଳେ ୧୭ ହଜାର ୨୬୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 28th July
New Positive Cases: 1615
In quarantine: 937
Local contacts: 678(Details of local contacts will be shared by concerned Dist Administration)
District Wise Cases:
1. Angul: 72
2. Balasore: 98
3. Bargarh: 5
4. Bhadrak: 60
5. Balangir: 7
6. Boudh: 11— I & PR Department, Odisha (@IPR_Odisha) July 29, 2021
23. Nawarangpur: 12
24. Nayagarh: 42
25. Nuapada: 5
26. Puri: 123
27. Rayagada: 9
28. Sambalpur: 16
29. Sonepur: 9
30. Sundargarh: 30
31. State Pool: 94New recoveries: 1699
Cumulative tested: 15874576
Positive: 974132
Recovered: 951049
Active cases: 17262— I & PR Department, Odisha (@IPR_Odisha) July 29, 2021