fbpx

ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ବାହାରିଲା ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା କାଳରେ ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗଷ୍ଟ ୨ରୁ ୧୪ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ପାଇଁ ଆବେଦନର ସମୟସୀମା ରହିଛି । ଏହା ସହ ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୩ ତାରିଖ ଯାଏଁ ଚାଲିବ ପିଜି ପ୍ରବେଶିକା ପରୀକ୍ଷା । ୧୨ ଅକ୍ଟୋବରରେ ରାଜ୍ୟସ୍ତରୀୟ ମେଧା ତାଲିକା ପ୍ରକାଶ ପାଇବ ।

ସେହିପରି ୨୨ ଅକ୍ଟୋବରରେ ପ୍ରଥମ ପର୍ଯ୍ୟାୟ ସିଟ୍ ଆଲଟମେଣ୍ଟ ହେବ । ପରେ ୨୨ରୁ ୨୮ ଅକ୍ଟାବର ଯାଏଁ ନାମଲେଖା ଚାଲିବ । ୪ ନଭେମ୍ବରରେ ୨ୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

Get real time updates directly on you device, subscribe now.