fbpx

ପୁରୀ ବିଚରେ ମଦ କୁଡ଼ିଆ ଯୋଜନା ପ୍ରତ୍ୟାହାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୁରୀ ବେଳାଭୂମିରେ ମଦ କୁଡ଼ିଆ ଯୋଜନାକୁ ପ୍ରତ୍ୟାହାର କରାଯାଇଛି । ଏନେଇ ପୂରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଯୋଜନାକୁ ନେଇ ବିଭିନ୍ନ ମହଲରୁ ଅସନ୍ତୋଷ ପ୍ରକାଶ ପାଇବା ପରେ ନିଷ୍ପତ୍ତିକୁ ପ୍ରତ୍ୟାହାର କରି ନିଆଯାଇଛି । ପୁରୀ ବେଳାଭୂମିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଏହି ମଦ କୁଡ଼ିଆ ଯୋଜନାକୁ ଆରମ୍ଭ କରିବା ନେଇ ନିଷ୍ପତ୍ତି ନିଆଯାଇଥିଲା । କିନ୍ତୁ ବିଭିନ୍ନ ସଂଗଠନ ଏବଂ ଦଳୀୟ କର୍ମୀ ମାନେ ଏନେଇ ଆପତ୍ତି କରିବାରୁ ଏହି ନିଷ୍ପତିକୁ ବଦଳାଇ ଦିଆଯାଇଛି । ଓଟିଡିସି ପକ୍ଷରୁ ହୋଇଥିବା ଏହି ଯୋଜନାକୁ ଜୋରଦାର ବିରୋଧ କରିଥିଲା ବିଜେପି ।

ଏନେଇ ଅନେକ ସଂଗଠନ ଜିଲ୍ଲାପାଳଙ୍କୁ ଭେଟି ସେମାନଙ୍କ ଦାବି ରଖିବା ପରେ ଐତିହ୍ୟର ସହର ପୁରୀରେ ଏଭଳି ଏକ ବ୍ୟବସ୍ଥାକୁ ଆରମ୍ଭ ନ କରିବା ପାଇଁ କୁହାଯାଇଥିଲା । ଖାଲି ସେତିକି ନୁହେଁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ମଧ୍ୟ ଏହି ପ୍ରସଙ୍ଗକୁ ନାପସନ୍ଦ କରିଥିଲେ । ଗୋଆ ଭଳି ପୁରୀ ବିଚ୍ ରେ ମଦ କୁଡ଼ିଆ କରାଯିବା ନେଇ ଯୋଜନା ହୋଇଥିଲା ।

Get real time updates directly on you device, subscribe now.