fbpx

‘ଦେଶର ପ୍ରଥମ ସହର ଭାବେ ଭୁବନେଶ୍ୱରରେ ଶତପ୍ରତିଶତ ଟିକାକରଣ’

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ସହ ଲଢ଼େଇ ପାଇଁ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି । ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି । ଜୁଲାଇ ଶେଷ ସୁଦ୍ଧା ଟିକାକରଣର ଟାର୍ଗେଟ ପୂରଣ ହେବ । କାଲି ସୁଦ୍ଧା ୧୮ ଲକ୍ଷ ୩୫ ହଜାର ୯୦୩ ଡୋଜ ଦିଆଯାଇଛି । ସେଥିମଧ୍ୟରୁ ୧୦ ଲକ୍ଷ ୫୯ ହଜାର ୭୫୩ ଜଣଙ୍କୁ ପ୍ରଥମ ଡୋଜ ଦିଆଯାଇଥିବା ବେଳେ ୭ ଲକ୍ଷ ୭୬ ହଜାର ୧୫୦ ଜଣ ଉଭୟ ଡୋଜ୍ ନେଇଛନ୍ତି । ଭୁବନେଶ୍ୱରବାସୀଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦିଆଯାଇଛି । ଏନେଇ ବିଏମସି ଅତିରିକ୍ତ କମିସନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି । ଦେଶର ପ୍ରଥମ ସହର ଭାବେ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି ବୋଲି ସେ କହିଛନ୍ତି ।

Get real time updates directly on you device, subscribe now.