fbpx

ରାଜ୍ୟରୁ ପୁଣି ୬୯ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିବାର ନାଁ ଧରୁନାହିଁ । ମୃତ୍ୟୁ କ୍ଷେତ୍ରରେ ରାଜ୍ୟକୁ କରୋନା କବଳିତ କରିସାରିଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୪୩୫ କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୩, ସମ୍ବଲପୁରରୁ ୮, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଏଁ, ବରଗଡ଼ ଓ କେନ୍ଦୁଝରରୁ ୫ ଜଣ ଲେଖାଏଁ, ଝାରସୁଗୁଡାରୁ ୪, ଦେବଗଡ଼ରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.