fbpx

ରାଜ୍ୟରୁ ପୁଣି ୬୫ ମୁଣ୍ଡ ନେଲା କରୋନା, ଜାଣନ୍ତୁ କେଉଁଠୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିବାର ନାଁ ଧରୁନାହିଁ । ମୃତ୍ୟୁ କ୍ଷେତ୍ରରେ ରାଜ୍ୟକୁ କରୋନା କବଳିତ କରିସାରିଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୬୩୦ କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୨, ନୟାଗଡ଼ରୁ ୬, ଅନୁଗୁଳରୁ ୫, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୩ ଜଣ ଲେଖାଏଁ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ଼, ଯାଜପୁ. କଳାହାଣ୍ଡି ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.