fbpx

ରାଜ୍ୟରେ ୬୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିବାର ନାଁ ଧରୁନାହିଁ । ମୃତ୍ୟୁ କ୍ଷେତ୍ରରେ ରାଜ୍ୟକୁ କରୋନା କବଳିତ କରିସାରିଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୭୫୭ କୁ ବୃଦ୍ଧି ପାଇଛି ।

ତେବେ ଆଜି ବରଗଡ଼ ଜିଲ୍ଲାରୁ ସର୍ବାଧିକ ୧୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୧, ବଲାଙ୍ଗିରରୁ ୬, ଅନୁଗୁଳ, ଜଗତସିଂହପୁର ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ, ଦେବଗଡ଼ରୁ ୪, ଢେଙ୍କାନାଳ ଓ ଯାଜପୁରରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ, ଭଦ୍ରକରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.